Librería Samer Atenea
Librería Aciertas (Toledo)
Kálamo Books
Librería Perelló (Valencia)
Librería Elías (Asturias)
Donde los libros
Librería Kolima (Madrid)
Librería Proteo (Málaga)
ଏହି ସଂକଳନଟି ପ୍ରକାଶ କରିବା ପାଇଁ ମୋର କେତେଜଣ ଶୁଭାକାଂକ୍ଷୀ ବଂଧୁମାନଙ୍କର ଇଚ୍ଛା ଓ ପ୍ରେରଣାରୁ ମୁଁ ଏହି ବହିଟିକୁ ପ୍ରକାଶ କରିବା ପାଇଁ ସ୍ଥିର କଲି । ଏଥିରେ ସନ୍ନିବେଶିତ ଦୀର୍ଘ ଗଳ୍ପଗୁଡ଼ିକ ଉପନ୍ୟାସିକା ବର୍ଗରେ ଯିବ ଓ ସେଗୁଡ଼ିକ ସେମାନଙ୍କ ହୃଦୟକୁ ଛୁଇଁ ପାରିଛି ବୋଲି ସେମାନେ କହିଲେ । ବଂଧୁମାନଙ୍କ କଥା ଓ ଅନୁରୋଧ ରକ୍ଷା କରି ଏସବୁକୁ ପ୍ରକାଶ କରିଦେବା ବୁଦ୍ଧିମତ୍ତାର କାର୍ଯ୍ୟ ହେବ ଭାବି ମୁଁ ସେସବୁରୁ କିଛି ଗଳ୍ପ ଚୟନ କରି ପ୍ରକାଶ କରିବାକୁ ସ୍ଥିର କଲି । କିଛିଦିନ ଲାଗିଗଲା କେଉଁ କେଉଁ ଗଳ୍ପଗୁଡ଼ିକୁ ଉପନ୍ୟାସିକା ଶ୍ରେଣୀଭୁକ୍ତ ହୋଇପାରିବ ଭାବିବା ପାଇଁ । ଯାହା ହେଉ ତାହା ବେଶୀ ସମୟ ନେଇ ନଥିଲା, ତା’ ପରେ କେଉଁ ପ୍ରକାଶକଙ୍କୁ ଏହାର ପ୍ରକାଶନର ଦାୟିତ୍ୱ ଦେବି ଭାବିବା ସମୟରେ ଭାଗ୍ୟକୁ ମୋର ବଂଧୁ ଡ. କେ.ସି. ବଳ ’ବ୍ଲାକ ଈଗଲ ବୁକ୍ସ’ ପ୍ରକାଶନ ସଂସ୍ଥାର ନାମ କହିଲେ ଓ ତାଙ୍କର ଫୋନ୍ ନମ୍ବର ଦେଲେ ତାଙ୍କ ସହିତ ଯୋଗାଯୋଗ କରିବା ପାଇଁ । ଯାହାହେଉ ମୁଁ ଫୋନ୍ କଲି ଏବଂ ମୋ ଭାଗ୍ୟକୁ ଶ୍ରୀ ଅଶୋକ ପରିଡ଼ା ଆନନ୍ଦର ସହିତ ମୋର ଏହି ସଂକଳନଟି ପ୍ରକାଶ କରିବାକୁ ରାଜି ହୋଇଗଲେ । ଏହି ସଂକଳନରେ ସ୍ଥାନିତ ଉପନ୍ୟାସିକାଗୁଡ଼ିକ ବହୁତ ଦିନରୁ ବିଭିନ୍ନ ପତ୍ର ପତ୍ରିକାରେ ପ୍ରକାଶ ପାଇଥିଲା ଏବଂ ପାଠକ ମହଲରେ ଯଥେଷ୍ଟ ଆଦୃତ ହୋଇଥିଲା । ତେଣୁ ମୋର ବିଶ୍ୱାସ ହେଲା ଏଗୁଡ଼ିକ ମଧ୍ୟ କିଛି ନୂତନ ପାଠକପାଠିକାଙ୍କୁ ଆନନ୍ଦ ଦେଇପାରେ । ଏହି ବିଶ୍ୱାସ ଓ ଆଶା ନେଇ ମୁଁ ଏହି ସଂକଳନଟି ପ୍ରକାଶ କରିବାକୁ ସ୍ଥିର କଲି । ଏହାର ପ୍ରଚ୍ଛଦ ଶିଳ୍ପୀ ଚିତ୍ରକାର ଶ୍ରୀ ବଳଦେବ ମହାରଥାଙ୍କୁ ମୋର କୃତଜ୍ଞତା ଜଣାଉଛି ଏବଂ ଅନ୍ତରର ଧନ୍ୟବାଦ ଜ୍ଞାପନ କରୁଛି । ଏହି ପୁସ୍ତକର ନାମ କରଣ ମୋ ବଡ଼ଝିଅ ରୁପାର ଇଚ୍ଛାରେ ହୋଇଛି । ଏହି ବହିଟି ପଢ଼ିସାରି ଯଦି କେହି କିଛି ଆନନ୍ଦ ପାଆନ୍ତି ତେବେ ମୁଁ ଭାବିବି ମୋ ଶ୍ରମ ସାର୍ଥକ ହେଲା ।