Librería Samer Atenea
Kálamo Books
Librería Perelló (Valencia)
Librería Elías (Asturias)
Donde los libros
Librería Kolima (Madrid)
Librería Proteo (Málaga)
ଅଦ୍ୱୈତ ପ୍ରସାଦ ମହାନ୍ତିଙ୍କ ଜୀବନୀରୁ ଜାଣିଲେ ଯେ ସେ ପ୍ରଥମେ କବି, ପରେ ଗାଳ୍ପିକ, ପରେ ପ୍ରାବନ୍ଧିକ ଓ ଶେଷରେ ଔପନ୍ୟାସିକ । ଯାହା ପୂର୍ବରୁ କୁହାଯାଇଛି ’ସମାଜ’ରେ ତାଙ୍କର କବିତା ହିଁ ପ୍ରଥମେ ପ୍ରକାଶ ପାଇଥିଲା (୧୯୫୮) । ପରେ ରାଜ୍ୟସ୍ତରୀୟ ପ୍ରତିଯୋଗିତାରେ ପୁରସ୍କୃତ ଗଳ୍ପ ସଂପୃକ୍ତ ସଂସ୍ଥାର ମୁଖପତ୍ରରେ ପ୍ରକାଶ ପାଇଥିଲା (୧୯୬୦) । ପ୍ରଜାତନ୍ତ୍ରରେ ପ୍ରବନ୍ଧ ରଚନା ପାଇଁ ସେ ପୁରସ୍କାର ପାଇଛନ୍ତି (୧୯୬୯) । ଉପନ୍ୟାସ ଲେଖନ୍ତି ୧୯୮୩ ମସିହାରେ । ଏଣୁ ତାଙ୍କ ସର୍ଜନା ବିଚାର ସେହି କ୍ରମରେ କରିବା (କ) କବି ଅଦ୍ୱୈତ ପ୍ରସାଦ (ଖ) ପ୍ରାବନ୍ଧିକ ଅଦ୍ୱୈତ ପ୍ରସାଦ (ଗ) ଗାଳ୍ପିକ ଅଦ୍ୱୈତ ପ୍ରସାଦ (ଘ) ଔପନ୍ୟାସିକ ଅଦ୍ୱୈତ ପ୍ରସାଦ (ଙ) ଉପସଂହାର । ଲେଖାଲେଖିରୁ ଅଦ୍ୱୈତ ପ୍ରସାଦ କିଛି ପାଇ ନଥିଲେ (ସ୍ଥୂଳ ଅର୍ଥରେ ଧନ, ବୈଭବ, ପୁରସ୍କାର, ଚର୍ଚ୍ଚା, ପ୍ରଶଂସା) ଏପରିକି ନିଜ ଲେଖାର ବହିରୂପ ସୁଦ୍ଧା ଦୁଇଖଣ୍ଡ ମାତ୍ର ଦେଖିପାରିଥିଲେ; ତଥାପି ସେ କହୁଥିଲେ (ଆଗାମୀ ଜନ୍ମରେ କ’ଣ ହୋଇ ଜନ୍ମିବାକୁ ଇଚ୍ଛା? ପ୍ରଶ୍ନର ଉତ୍ତରରେ) - 'ଲେଖକଟିଏ । ଇହକାଳରେ ଚେତନାର ଯେଉଁସ୍ତରକୁ ଉଠି ମୋର ଅନ୍ତିମ ରଚନାଟି ଲେଖିଥିବି ପରଜନ୍ମରେ ସେହିଠାରୁ ମୋର ଜୀବନାରମ୍ଭ ହେଉ ଏହାହିଁ ମୋର ଅନ୍ତିମ ଇଚ୍ଛା ।'ଆତ୍ମରକ୍ଷା ଉପନ୍ୟାସର ନାୟକର ଆଦର୍ଶ ପରି ଏବଜନ୍ମର ସଂସ୍କାର ଓ ଚେତନାର ସର୍ବୋଚ୍ଚ ସ୍ଥିତିଟି ଆରଜନ୍ମର ଅୟମାରମ୍ଭ ସ୍ତର ହେଉ- କାମନା କରୁଥିବା ଜୀବନ ଶୁଭବିଶ୍ୱାସୀ, ଜଗତ କଲ୍ୟାଣକାମୀ, ଋଷିପ୍ରତିମ ଅଦ୍ୱୈତ ମହାନ୍ତିଙ୍କ ସମଗ୍ର ଜୀବନ ଥିଲା ସାହିତ୍ୟ ସମର୍ପିତ ।