Librería Samer Atenea
Librería Aciertas (Toledo)
Kálamo Books
Librería Perelló (Valencia)
Librería Elías (Asturias)
Donde los libros
Librería Kolima (Madrid)
Librería Proteo (Málaga)
ପ୍ରତ୍ୟେକ ଉଲ୍ଲେଖଯୋଗ୍ୟ ସାହିତ୍ୟରେ ପ୍ରଶ୍ନ ପଚରାଯାଏ । ସେ ପ୍ରଶ୍ନ ଶୁଣିବାକୁ ସମସ୍ତେ, ଏପରି କି ସ୍ୱୟଂ ଈଶ୍ୱର ମଧ୍ୟ ଶୁଣିବାକୁ ବାଧ୍ୟ । ସେ ପ୍ରଶ୍ନଗୁଡ଼ିକ ଏକାଧାରରେ ସରଳ ଓ ଜଟିଳ । ଛୋଟ ଛୁଆଟିଏ ମରିଗଲେ ସେ ସାହିତ୍ୟ ସମଗ୍ର ବିଶ୍ୱକୁ କାଠଗଡ଼ାରେ ଠିଆ କରାଇଦିଏ । କୌଣସି ଅହେତୁକ ଶାସ୍ତିରେ କେହି ନିର୍ଯ୍ୟାତିତ ହେଲେ ସେ ସାହିତ୍ୟ ସଚରାଚରଠାରୁ କୈଫିୟତ୍ ତଲବ୍ କରେ । ସାହିତ୍ୟିକ ଦୃଷ୍ଟିରେ ସଭ୍ୟତା ହେଉଛି ପ୍ରଶ୍ନ ପଚାରିବାର ସ୍ୱାଧୀନତା ଏବଂ ଯେଉଁଦିନ ଆଉ ପ୍ରଶ୍ନ ପଚରାଯାଉନାହିଁ- ସେଦିନ ସଭ୍ୟତାର ପରିସମାପ୍ତି ଘଟିଛି ବୋଲି ଧରିନିଆଯାଇପାରେ । ଯଦି ସାହିତ୍ୟିକ ପ୍ରଶ୍ନ ପଚାରିବାର ଐତିହ୍ୟରୁ ନିଜକୁ ଅଲଗା କରି ରଖେ ବା କୋଳାହଳମୟ ପ୍ରଶଂସା ଭିତରେ ନିଜର ସ୍ୱର ଲୀନ ହେବାକୁ ଛାଡ଼ିଦିଏ, ସେ ଆଉ ସାହିତ୍ୟିକ ହୋଇ ରହିବ ନାହିଁ; ହେବ ଏକ ଉଚ୍ଚାଙ୍ଗ ପରମ୍ପରାର ମଡ଼ାଚଣ୍ଡିଆ ।ଯେତେବେଳେ ଏପରି ପରିସ୍ଥିତି ଉପୁଜେ, ଯେତେବେଳେ ଆଉ ପ୍ରଶ୍ନ ପଚରାଯାଏ ନାହିଁ ଏବଂ ସବୁଆଡ଼େ ହାଟବଜାରରେ କୋଳାହଳ ଶୁଭେ, ସେତେବେଳେ ସାହିତ୍ୟ ଲେଖାଯିବ ନିଶ୍ଚୟ, କିନ୍ତୁ ସେ ସାହିତ୍ୟର ସଭ୍ୟତା ସହିତ ସମ୍ପର୍କ ପ୍ରାୟ ରହିବ ନାହିଁ । ଗଲା କେତେବର୍ଷ ଭିତରେ ପୃଥିବୀର ଛାପାଖାନାମାନଙ୍କରୁ ଯେତେ ସାହିତ୍ୟ ବାହାରିଛି ଇତିହାସରେ ତାର ପଟାନ୍ତର ନାହିଁ, କିନ୍ତୁ ସେଗୁଡ଼ିକ ଭିତରୁ ଅଧିକାଂଶ ଅଳ୍ପ କେତେଦିନ ପରେ ନିଶ୍ଚିହ୍ନ ହୋଇ ଯାଇଛନ୍ତି । ତାର କାରଣ ହେଉଛି, ସେଗୁଡ଼ିକ ଆମ ସଭ୍ୟତାର ଅଂଶ ନୁହଁନ୍ତି, ବରଂ ତାର ପ୍ରତିକୂଳପନ୍ଥୀ । ସେଗୁଡ଼ିକର ରଚୟିତାମାନଙ୍କର କିଛି କିଛି କଳ୍ପନାଶକ୍ତି ଏବଂ ଭାଷାବିନ୍ୟାସରେ ପଟୁତା ଥିଲା, କିନ୍ତୁ ଯେଉଁ ଯନ୍ତ୍ରଣାବୋଧ ଆମକୁ ଏପରି ଏକ ଜାଗାକୁ ନେଇଯାଏ ଯେଉଁଠାରେ ଭୂତ, ଭବିଷ୍ୟତ ଓ ବର୍ତ୍ତମାନ ଏକାକାର ଏବଂ ଯେଉଁଠାରେ ମନୁଷ୍ୟର ଭାଗ୍ୟ ହିଁ ଏକମାତ୍ର ପ୍ରସଙ୍ଗ ତାହା ଏ କଳ୍ପନାଶକ୍ତିକୁ ବ୍ୟାପ୍ତ ଓ ମାର୍ଜ୍ଜିତ କରିନାହିା । - ରମାକାନ୍ତ ରଥ