Librería Samer Atenea
Librería Aciertas (Toledo)
Kálamo Books
Librería Perelló (Valencia)
Librería Elías (Asturias)
Donde los libros
Librería Kolima (Madrid)
Librería Proteo (Málaga)
ମୋର ପ୍ରଥମ କବିତା ସଂକଳନ ବୀଜବପନର ଦ୍ୱିତୀୟ ସଂସ୍କରଣ ତେର ବର୍ଷ ପରେ ବାହାରିବା ବେଳକୁ ଅଦ୍ଭୂତ ଏକ ଭାବାବେଶ ଭିତରେ ମୁଁ ଆଚ୍ଛନ୍ନ ହେଇ ରହିଛି । କବିତା ସ୍ୱୟମ୍ଭୂ, ନିଜେ ନିଜକୁ ମାନୁଷୀ ଆଧାରରେ ଜାତ କରେ ବୋଲି ମୁଁ ବିଶ୍ୱାସ କରି ଆସିଛି । ପ୍ରକୃତି ଯେମିତି ସମସ୍ତଂକର କିଂତୁ କାହା କାହାର ପ୍ରାଣର ଉଦ୍ୱୋଧନ କରେ ସେମିତି କବିଆତ୍ମା ପାଠକ ପ୍ରାଣ ମଧ୍ୟରେ ପ୍ରବେଶ କରି ସଂଚାରିତ ହୁଏ । ବିଶ୍ୱାତ୍ମା ଯେ ସକଳ ପ୍ରାଣରେ ନିବାସ କରଂତି ଭଲ କବିତାର ଆଦର ତାକୁ ଆହୁରି ଥରେ ପ୍ରମାଣିତ କରେ ।ବୀଜବପନ କବିର ନିରୀହ ଉଦାସୀନ ସମୟର ବର୍ଣ୍ଣମାଳା । ଚାରିପାଶର ସବୁକିଛିକୁ ବିସ୍ମିତ ଆଖିରେ ଦେଖୁଥିବା କବିର ବାଲ୍ୟକାଳ । କବିତାର ଅସୀମ ସମ୍ଭାବନା ଓ ସଦର୍ଥକତାକୁ ଦେଖି ପାଠକ ସହ ଭାଗ କରିନେବାର ସମୟ । ସଂଚାରିଣୀ ଦୀପଶିଖାର ଆଲୋକ ପରି ଉଦବୁଦ୍ଧ କବି ଓ ପାଠକ ହାତକୁ ଓ ହୃଦୟକୁ ସଂଚରିଯାଇଛି ମୋର ଅଜ୍ଞାତରେ । ଏଇ ତେରବର୍ଷ ଭିତରେ କେତେ ଯେ ପାଠକ ତାଂକ ଅନୁଭୂତି ଭାଗ କରି ନେଇ ଅକାଳ ଦୀପାବଳି ଭଳି ମୋର ସମୟକୁ ଆଲୋକିତ କରିଛଂତି । ନହେଲେ ଓଡ଼ିଶାଠାରୁ ଦୂରରେ ଥାଇ କବିତାର ଗୋପନ ବଳୟ ଭିତରେ ଆତ୍ମଗୋପନ କରିଥିବା ମତେ କେମିତି ଖୋଜିନେଇଛଂତି ଦୀକ୍ଷିତ ସାହିତ୍ୟ ପାଠକମାନେ । ଓଡ଼ିଆ କବିତାର ସଂକଟ, ପାଠକ ଓ ସତ୍ ଗ୍ରାହକତାର ଅଭାବ ଭଳି ଆଲୋଚନା ଶୁଣୁଥିବା ବେଳେ ବୀଜବପନର ବିପୁଳ ପାଠକୀୟତା ମତେ ଓଡ଼ିଆ କବିତାର ଭବିଷ୍ୟତ ସମ୍ପର୍କରେ ଆଶାବାଦୀ କରାଏ । ଏ କବିତା ସବୁ ଘଟଣା ଚକ୍ରରେ ମୋ ହାତରେ ଲିଖିତ ହୋଇଛି ସିନା ଏ ପ୍ରଶଂସା ସବୁ ମୋ ମାତୃଭାଷାର ମଧୁର ଧ୍ୱନି ଓ ଆତ୍ମାର ସମୃଦ୍ଧି ପାଇଁ । ମୁଁ ପ୍ରତିନିଧି ଭାବରେ ଏହା ଖାଲି ଗ୍ରହଣ କରୁଛି । ଏଇ କବିତାମାନଂକ ପଛରେ ହଜାର ହଜାର ବର୍ଷର ମୋର ଭୂମିର କବିଂକ ସାଧନା ରହିଛି, ମୋ ପୂର୍ବପୁରୁଷଂକ ଉଦାରଚେତା ସର୍ବଗ୍ରାହୀ ଆଚରଣ ଓ ଉଚ୍ଚାରଣ ଅଂକିତ ହୋଇଛି । ଖାଲି ସେମାନଂକ ବାର୍ତ୍ତାବହ ହୋଇ ଆସିବା ଯେମିତି ମୋର ନିୟତି ।