Librería Samer Atenea
Kálamo Books
Librería Elías (Asturias)
Librería Kolima (Madrid)
Librería Proteo (Málaga)
ଜାତୀୟତାବାଦ ଏକ ସର୍ବକାଳୀନ ସର୍ବାଧୁନିକ ଚେତନା । ଏହ ଏକ ସମ୍ମିଳିତ ଶକ୍ତିର ଅଭିବ୍ୟକ୍ତି ମଧ୍ୟ । ଭାରତବର୍ଷ ଗୋଟିଏ ଦେଶ ନୁହେଁ, ଏକ ଉପମହାଦେଶ । ବିବିଧ ପ୍ରକାର ଜନଗୋଷ୍ଠୀ, ଚଳଣି, ନୃତ୍ୟ ସଂଗୀତ, ବେଶପୋଷାକ, କୃଷି ଓ ଭାଷା ଆମ ଦେଶକୁ ଆବାହମାନ କାଳରୁ ବୈଚିତ୍ର୍ୟମୟ କରି ରଖିଛି । ଏ ଦେଶର ଭୂମିରେ ସୁନା ଫଳେ । ଏ ଭୂଖଣ୍ଡ ମୁନିଋଷିମାନଙ୍କ ବାସସ୍ଥଳୀ । ଐଶ୍ୱର୍ଯ୍ୟମୟୀ, ସର୍ବାଳଙ୍କାରବୃତ୍ତା, ଅରଣ୍ୟାନି ଅଧ୍ୟୁଷିତା, ଗିରିମାଳାବେଷ୍ଟିତା ଭାରତବର୍ଷ, ଯାହାର ପାଦ ଧୌତ କରିବାକୁ ବ୍ୟଗ୍ର ସାଗରମାଳା; ସେହି ଆମ ଜନ୍ମଭୂମି ଦୀର୍ଘକାଳ ବାହ୍ୟଶତ୍ରୁ ଆକ୍ରମଣ ଦ୍ୱାରା ଘୋର ନିର୍ଯାତନାର ଶିକାର ହେଲା । ଶହ ଶହ ବର୍ଷ ଧରି ଲୁଣ୍ଠିତ ହେଲା ଦେଶ ମୋଗଲ, ପଠାଣ, ମରହଟ୍ଟାମାନଙ୍କ ଦ୍ୱାରା । ଶେଷରେ ନିର୍ଯାତନାର ମୁଣ୍ଡି ମାରିଲେ ଇଂରେଜମାନେ । ଓଡ଼ିଶା ଅଧିକାର କଲେ ୧୮୦୩ରେ ।ଏହି ଇତିହାସ ଯେତିକି ଦୁଃଖଦାୟକ ସେତିକି ରୋମାଞ୍ଚକର । ହାତରେ ଗୁଳିଗୋଳା, କମାଣ ନାହିଁ । ଖାଦ୍ୟାଭାବରେ ଦେହ ଦୁର୍ବଳ । ପିନ୍ଧିବାକୁ ବସ୍ତ୍ରାଭାବ । ବିଦେଶୀ ଗୋରା ସର୍ବସ୍ୱ ନେଇଗଲେଣି, ତଥାପି କିପରି ସ୍ୱାଧୀନତା ସଂଗ୍ରାମ ହେଲା, ବ୍ରିଟିଶ ଶାସକ ହାରିଲେ ଓ ଭାରତୀୟ ଜିତିଲେ, ଭାରତବର୍ଷ ସ୍ୱାଧୀନ ହେଲା ତାହା ଗୋଟାଏ ମିରାକଲ୍ ।ଭାରତୀୟ ସ୍ୱାଧୀନତା ସଂଗ୍ରାମର ଇତିହାସ ସହିତ ପ୍ରତ୍ୟେକ ଭାରତବାସୀ ପରିଚିତ ହେବା ଆବଶ୍ୟକ ।ପିଲାଦିନୁ ଭାରତ ସ୍ୱାଧୀନତା ସଂଗ୍ରାମ କାହାଣୀ, ଓଡ଼ିଶା ଭାଷା ଭିତ୍ତିରେ ସ୍ୱତନ୍ତ୍ର ହେବା କାହାଣୀ ବାପାଙ୍କଠାରୁ ଶୁଣିଛି । ଗାନ୍ଧୀ, ମଧୁସୂଦନ, ଗୋପବନ୍ଧୁ, ଗୋଦାବରୀଶଙ୍କ ଫଟୋଚିତ୍ର ତଳେ ମୁଣ୍ଡିଆ ମାରିବା ଶିଖିଛି । ଧୀରେ ଧୀରେ ପାଠ ପଢ଼ିବା ସହିତ ସ୍ୱାଧୀନତା ସଂଗ୍ରାମକୁ ଓଡ଼ିଆ ସାହିତ୍ୟର ଅବଦାନ ସଂପର୍କରେ ଅବଗତ ହୋଇଛି । ଓଡ଼ିଆ କବି, ଲେଖକ, ପ୍ରାବନ୍ଧିକ, ନାଟ୍ୟକାରମାନଙ୍କ ଏ ଅବଦାନ ପ୍ରତ୍ୟେକ ଓଡ଼ିଆ ଛାତ୍ର, ଅଭିଭାବକ ଜାଣିବା ଆବଶ୍ୟକ । ବିଶେଷ ଭାବରେ ସ୍ୱାଧୀନତାର ଅମୃତ ମହୋତ୍ସବ ପାଳନ ଅବସରରେ ।ସେଥିପାଇଁ ଏହି କ୍ଷୁଦ୍ର ପ୍ରୟାସ ।