Librería Samer Atenea
Librería Aciertas (Toledo)
Kálamo Books
Librería Perelló (Valencia)
Librería Elías (Asturias)
Donde los libros
Librería Kolima (Madrid)
Librería Proteo (Málaga)
କବିତା ସାମଗ୍ରିକ ଚେତନାକୁ ପ୍ରଭାବିତ କରୁଥିବା ଅପ୍ରତିହତ ସାଂସ୍କୃତିକ ଧାରା- ଏହା ସମସାମୟିକ ଚେତନାରେ ଯେପରି ଜର୍ଜରିତ, ଐତିହାସିକ ଚେତନାରେ ସେହିପରି ପୁଷ୍ଟ । ଏଇ ''ଐତିହାସିକ’ କିନ୍ତୁ ଇତିହାସ ଅର୍ଥରେ ନୁହେଁ । ପ୍ରତ୍ୟେକ କବିର ସ୍ୱତନ୍ତ୍ର ଐତିହ୍ୟ ରହିଛି । ଏହା ଫ୍ରଏଡ୍ଙ୍କ ଅବଚେତନ ହୋଇପାରେ, କଲରିଜ୍ଙ୍କ ଋତାବେଶ ହୋଇପାରେ, ମାର୍କସ୍ଙ୍କ ବସ୍ତୁନିଷ୍ଠ ଦ୍ୱନ୍ଦ୍ୱ ହୋଇପାରେ, ରବୀନ୍ଦ୍ରଙ୍କ ବିଶ୍ୱବୋଧ ହୋଇପାରେ । ତେଣୁ କବିତାର ଧାରା ଏକାଧିକ ଅର୍ଥରେ କ୍ରାନ୍ତିକାରୀ । ସଂଗୀତର ଆରୋହଣ ଓ ଅବରୋହଣ ଛନ୍ଦରେ ଏହା ଗତି କରେନାହିଁ ।ଅନ୍ୱେଷା, ସଂବର୍ତ୍ତ ଓ ପ୍ରବର୍ତ୍ତନ ଏଇ ତିନୋଟି କ୍ରମରେ ଉତ୍କର୍ଷ କଳା ରୂପାୟିତ ହୁଏ । ଏହା ପୃଥ୍ୱୀ ପାଇଁ ଯେପରି ପ୍ରଯୁଜ୍ୟ, ମଣିଷ ପାଇଁ ଅନୁରୂପ । ସ୍ୱକୀୟ ଆବେଶ ବହିର୍ଜଗତରେ ପ୍ରତିରୂପ ଅନ୍ୱେଷଣ କରେ । ଧୃପଦୀ ଧାରଣା, ସମନ୍ୱିତ ସ୍ରଷ୍ଟା, ଅନୁଭୂତିର ତାତ୍ପର୍ଯ୍ୟ ଅନୁଶୀଳନ କରେ । ଏଇ ଅର୍ଥ ଦାର୍ଶନିକ ନିଗଡ଼ରେ ବନ୍ଧା ନୁହେଁ । କାବ୍ୟିକ ଦୃଷ୍ଟି ସହିତ ଅଭିଦୃଷ୍ଟି, ଅନ୍ତର୍ଦୃଷ୍ଟି, ରସଦୃଷ୍ଟି ଓ ସମଷ୍ଟି ଚେତନା ଘନିଷ୍ଠ ଭାବେ ସମ୍ବନ୍ଧିତ । ତେଣୁ ପ୍ରବହମାନ ସଂସ୍କୃତିର ପୁନର୍ମୁଲ୍ୟାୟନ କବିର ଅବଚେତନରେ ହୁଏ । ତା’ର ଅଭିବ୍ୟକ୍ତି ସ୍ୱତଃ ଶକ୍ତିଶାଳୀ ଓ ପ୍ରଣିଧାନ ଯୋଗ୍ୟ ।- ପ୍ରହରାଜ ଶ୍ରୀସତ୍ୟନାରାୟଣ ନନ୍ଦ'